ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ

0

ଭୁବନେଶ୍ବର: ଓଡ଼ିଶାକୁ ଦୀର୍ଘ ୨୪ ବର୍ଷ ଧରି ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ୨୪ ବର୍ଷ ଧରି ଶାସନ କରିଥିବା ବିଜେଡି କ୍ଷମତାଚ୍ୟୁତ ହେବା ପରେ ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା।

ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ ଦଳ ନେତା ହୋଇଛନ୍ତି। ୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ସେ ବିରୋଧୀ ଦଳ ନେତା ହୋଇଛନ୍ତି । ସେହିପରି ପ୍ରସନ୍ନ ଆଚାର୍ଯ୍ୟ ବିରୋଧୀ ଦଳ ଉପନେତା ହୋଇଥିବା ବେଳେ ପ୍ରମିଳା ମଲ୍ଲିକ ବିରୋଧୀ ଦଳ ମୁଖ୍ୟ ସଚେତକ, ପ୍ରତାପ ଦେବ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ହୋଇଛନ୍ତି।

Leave A Reply

Your email address will not be published.