ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

୮ରେ ଖୋଲିବନି ରତ୍ନ ଭଣ୍ଡାର

0

ପୁରୀ: ଜୁଲାଇ ୮ରେ ଖୋଲିବନି ରତ୍ନ ଭଣ୍ଡାର। ଚର୍ଚ୍ଚା ପରେ ପ୍ରତିକ୍ରିୟା ରଖିଲେ ଆଇନମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ। ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ତାର ଆସନ୍ତା ୮ ତାରିଖରେ ଖୋଲାଯିବ ବୋଲି ମଧ୍ୟାହ୍ନ ସମୟରେ ଏଏସ୍‌ଆଇର ଜଣେ ଅଧିକାରୀ କହିଥିଲେ। ଏହାକୁ ନେଇ ପୂରା ରାଜ୍ୟରେ ରତ୍ନଭଣ୍ଡାରକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା।

ଏବେ ରତ୍ନଭଣ୍ଡାର ଖୋଲିବନି ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ରତ୍ନ ଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ନେଇନାହାନ୍ତି ରାଜ୍ଯ ସରକାର। ଛତିଶା ନିଯୋଗ ବୈଠକରେ କୌଣସି ନିଷ୍ପତ୍ତି ନିଆଯାଇନି। ବିଶୃଙ୍ଖଳିତ ଭାବରେ ଜଣେ ଏଏସଆଇ ଅଧିକାରୀ ଏପରି ମନ୍ତବ୍ଯ ଦେଇଛନ୍ତି ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ସଂପୃକ୍ତ ଏଏସଆଇ ଅଧିକାରୀଙ୍କ ଉପରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ରତ୍ନଭଣ୍ଡାର ଖୋଲିବା ଉପରେ ସରକାର ନିଷ୍ପତ୍ତି ନେବା ପ୍ରକ୍ରିୟାରେ ଅଛନ୍ତି। ସରକାର ହିଁ ଏ ବାବଦରେ ନିଷ୍ପତ୍ତି ନେବେ ବୋଲି ପୃଥ୍ବୀରାଜ କହିଛନ୍ତି।

Leave A Reply

Your email address will not be published.