ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଭର୍ତ୍ତୃହରି ମହତାବ ଲୋକ ସଭାର କାମଚଳା ବାଚସ୍ପତି

0

ନୂଆଦିଲ୍ଲୀ: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ ସଭା ସଦସ୍ୟ କେ ସୁରେଶ, ଟି ଆର ବାଲୁ, ରାଧା ମୋହନ ସିଂ, ଫଗ୍ଗାନ୍ ସିଂ କୁଲାଷ୍ଟେ ଏବଂ ସୁଦୀପ ବନ୍ଦୋପାଧ୍ୟାୟ ସହକାରୀ କାମଚଳା ବାଚସ୍ପତି ଭାବେ କାର୍ଯ୍ୟ କରିବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କରେନ ରିଜିଜୁ କହିଛନ୍ତି।

ସୂଚନାଯୋଗ୍ୟ; ଭର୍ତ୍ତୃହରି ଲୋକ ସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି। ଗତ ସାଧାରଣ ନିର୍ବାଚନରେ ଭର୍ତ୍ତୃହରି ଭାରତୀୟ ଜନତା ପାର୍ଟି(ଭାଜପା) ଟିକେଟରେ ଲୋକ ସଭାକୁ ବିଜୟୀ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ।

ଭର୍ତ୍ତୃହରି ୧୯୯୮ ମସିହା ଭାରତୀୟ ସାଧାରଣ ନିର୍ବାଚନରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଲୋକ ସଭା ପାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ଲଗାତାର ଭାବରେ ଏହି ନିର୍ବାଚନ ମଣ୍ଡଳୀରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୭ ମସିହାରେ ତାଙ୍କୁ ଭାରତର ସଂସଦରେ ପୁରସ୍କୃତ କରାଯାଇଥିଲା । ତାଙ୍କ ବକୃତାରେ ଉତ୍ତମ ପ୍ରଦର୍ଶନ ପାଇଁ ତାଙ୍କ ୨୦୧୭ ଓ ୨୦୧୮ ମସିହାରେ ସଂସଦ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.