ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଡିପଥେରିଆରେ ଆଖି ବୁଜିଲେ ଆଉ ଜଣେ ଆକ୍ରାନ୍ତ

0

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲରେ ଜଣେ ଡିପଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ କୋରାପୁଟ ଜିଲ୍ଲାର ବନ୍ଧୁଗାଁ ବ୍ଲକ କୁମ୍ଭାରୀପୁଟ ଗାଁର ସୁବାରାଓ ମେଲେକାଙ୍କ ୧୦ବର୍ଷର ପୁଅ ଦିପୁନା ମେଲେକା ବୋଲି ଜଣାପଡିଛି। ଏନେଇ ସୂଚନା ଦେଲେ ମେଡିକାଲ ଅଧୀକ୍ଷକ ଡାକ୍ତର ସୁଚିତ୍ର ଦାସ।

ଦିନକୁ ଦିନ ଡିପଥେରିଆ ମୃତ୍ୟୁ ସଂଖ୍ୟା ବଢୁଥିବା ବେଳେ ରାଜ୍ୟବାସୀଙ୍କ ପାଇଁ ଏହା ଚିନ୍ତାର କାରଣ ପାଲଟିଛି। ପୂର୍ବରୁ ରାୟଗଡାର କାଶୀପୁରରେ ଡିପଥେରିଆ ସଂକ୍ରମଣରେ ୫ଜଣଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟପଟେ ଡିପଥେରିଆ ସଂକ୍ରମଣରେ ଲଗାମ ଲଗାଇବାକୁ କାଶୀପୁରରେ ଆଜିଠୁ ଆରମ୍ଭ ହୋଇଛି ବୁଷ୍ଟର ଡୋଜ୍ ଟିକାକରଣ। ବର୍ଷକ ଭିତର ଶିଶୁଙ୍କୁ ପେଣ୍ଟା ଡୋଜ ଦିଆଯାଉଛି।

ପ୍ରଥମେ ନବଜାତ ଶିଶୁ ଠାରୁ ଏକ ବର୍ଷ ବୟସ ପର୍ଯ୍ୟନ୍ତ ଶିଶୁଙ୍କୁ ପେଣ୍ଟା ଡୋଜ ଦିଆଯିବ। ଦ୍ୱିତୀୟରେ ୧ ରୁ ୭ ବର୍ଷ ମଧ୍ୟରେ ଶିଶୁଙ୍କୁ ଡିପିଟି ଡୋଜ ଓ ତୃତୀୟରେ ୭ ରୁ ୧୫ ବର୍ଷ ମଧ୍ୟରେ ଶିଶୁଙ୍କୁ ଟିଡି ଡୋଜ ଦିଆଯିବ ।ସର୍ଭିଲାନ୍ସ ସରିବା ପରେ ସଂକ୍ରମଣ ବ୍ୟାପିଥିବା ଅନ୍ୟ ଅଞ୍ଚଳରେ ବୁଷ୍ଟର ଡୋଜ ଦିଆଯିବ। ଡିପଥେରିଆ ମୁକାବିଲା ପାଇଁ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ଆଣ୍ଟି ବାୟୋଟିକ୍ ଦିଆଯାଇଛି। ଏନେଇ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡାକ୍ତର ସଂଯୁକ୍ତା ସାହୁ ସୂଚନା ଦେଇଛନ୍ତି।

Leave A Reply

Your email address will not be published.