ପ୍ରମୁଖ ଖବର

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ
ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍‌
ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି
ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅନୁରୋଧ କଲେ ପରିବହନ ମନ୍ତ୍ରୀ
ଅବାନ୍ତର ଓ ମିଛ କଥା କହୁଛନ୍ତି ରାହୁଲ: ଆଇନ ମନ୍ତ୍ରୀ
ଅଦାନୀ ପାଇଁ ଶ୍ରୀଜଗନ୍ନାଥଙ୍କ ରଥକୁ ରୋକାଯାଇଛି : ରାହୁଲ ଗାନ୍ଧୀ

ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍‌

0

କଟକ: ପୁଣି ବାରବାଟୀରେ ଖେଳାଯିବ କ୍ରିକେଟ। ଦୀର୍ଘ ବର୍ଷ ପରେ ପୁଣି ବାରବାଟୀକୁ ଫେରୁଛି ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଇଂଲଣ୍ଡ ବିପକ୍ଷ ୩ଟିକିଆ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ବାରବାଟୀରେ ଆୟୋଜନ କରିବାକୁ ବିସିସିଆଇ ନିଷ୍ପତ୍ତି ନେଇଛି।

ସୂଚନା ଅନୁସାରେ, ୨୦୨୫ ଫେବୃଆରୀ ୯ ତାରିଖରେ ବାରବାଟୀରେ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳା ହେବାକୁ ଯାଉଛି। ଏହିଦିନ ବାରବାଟୀରେ ମୁହାଁମୁହିଁ ହେବେ ଭାରତ ଓ ଇଂଲଣ୍ଡ ଟିମ୍। ଦ୍ବିତୀୟ ଦିନିକିଆରେ ଉଭୟ ଟିମ୍ ବାରବାଟୀରେ ପରସ୍ପରକୁ ଭେଟିବେ।ଉଭୟ ଦଳ ମଧ୍ୟରେ ୫ ଟିକିଆ ଟି-୨୦ ସିରିଜ ହେବାକୁ ଥିବା ବେଳେ ୩ ଟିକିଆ ଦିନିକିଆ ସିରିଜ ଖେଳାଯିବ।

୫ ବର୍ଷ ପୂର୍ବେ ବାରବାଟୀରେ ଶେଷ ଦିନିକିଆ ଖେଳା ଯାଇଥିଲା। ୨୦୧୯ ଡିସେମ୍ବର ୨୨ ତାରିଖରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିଥିଲେ। ଏହି ମ୍ୟାଚରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୪ ଓ୍ବିକେଟରେ ପରାସ୍ତ କରି ବିଜୟୀ ହୋଇଥିଲା।

Leave A Reply

Your email address will not be published.