ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ହେଲେ ସତୀଶ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ଅବସ୍ଥାପିତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କିଏ ହେବ ତାହା  ଜଣାପଡ଼ିନଥିଲେ ମଧ୍ୟ ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏପର୍ଯ୍ୟନ୍ତ ୩ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଥିବା ଜଣାପଡ଼ିଛି। ପୂର୍ବରୁ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଓ ବିନୋଦ ବିହାରୀ ସିଂଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅନୁସଚିବ ଭାବେ ଅବସ୍ଥାପିତ କରାଯାଇସାରିଛି।

ସେହିପରି ରାଜ୍ୟ ଯୋଜନା ବୋର୍ଡ ସଦସ୍ୟଙ୍କ ଓଏସଡି ସଞ୍ଜୟ କୁମାର ବୈରୀଗଞ୍ଜନଙ୍କୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଓଏସଡି ଭାବେ ବଦଳି ହୋଇଛି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ପ୍ରକାଶ କୁମାର ମହାନ୍ତି ଓ ଲକ୍ଷ୍ମୀଧର ହୋତା, ପଂଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଅତିରିକ୍ତ ସଚିବ ଭାବେ ନିତ୍ୟାନନ୍ଦ ସାହୁ ବଦଳି ହୋଇଛି।

ସେହିପରି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଂଟିଆଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ରାଜରାଜ ସାମନ୍ତରାୟ ଓ ମହେନ୍ଦ୍ର କୁମାର ସାହୁ ,ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନାଙ୍କ ଓଏସଡି ଭାବେ ଶାରଦା କୁମାର ରଥଙ୍କୁ ଅବସ୍ଥାପିତ କରାଯାଇଛି ।

Leave A Reply

Your email address will not be published.