ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ହେଲେ ସତୀଶ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ଅବସ୍ଥାପିତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ କିଏ ହେବ ତାହା  ଜଣାପଡ଼ିନଥିଲେ ମଧ୍ୟ ଶ୍ରୀ ମାଝୀ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏପର୍ଯ୍ୟନ୍ତ ୩ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଥିବା ଜଣାପଡ଼ିଛି। ପୂର୍ବରୁ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଓ ବିନୋଦ ବିହାରୀ ସିଂଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅନୁସଚିବ ଭାବେ ଅବସ୍ଥାପିତ କରାଯାଇସାରିଛି।

ସେହିପରି ରାଜ୍ୟ ଯୋଜନା ବୋର୍ଡ ସଦସ୍ୟଙ୍କ ଓଏସଡି ସଞ୍ଜୟ କୁମାର ବୈରୀଗଞ୍ଜନଙ୍କୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଓଏସଡି ଭାବେ ବଦଳି ହୋଇଛି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ପ୍ରକାଶ କୁମାର ମହାନ୍ତି ଓ ଲକ୍ଷ୍ମୀଧର ହୋତା, ପଂଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଅତିରିକ୍ତ ସଚିବ ଭାବେ ନିତ୍ୟାନନ୍ଦ ସାହୁ ବଦଳି ହୋଇଛି।

ସେହିପରି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଂଟିଆଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ରାଜରାଜ ସାମନ୍ତରାୟ ଓ ମହେନ୍ଦ୍ର କୁମାର ସାହୁ ,ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନାଙ୍କ ଓଏସଡି ଭାବେ ଶାରଦା କୁମାର ରଥଙ୍କୁ ଅବସ୍ଥାପିତ କରାଯାଇଛି ।

Leave A Reply

Your email address will not be published.