ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣାରେ ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

0

ଭୁବନେଶ୍ବର: ମୁକୁଳା ଡ୍ରେନରେ ଭାସି ଯାଇ ନାବାଳକ ମୃତ୍ୟୁ ଘଟଣାକୁ ନେଇ ଏବେ ପୂରା ତତ୍ପରତା ଦେଖାଇଛନ୍ତି ବିଭାଗୀୟ ମନ୍ତ୍ରୀ।। ଜୋରଦାର ଚଲାଇଛନ୍ତି ତନାଘନା। ସହରରେ କେତେ ମୁକୁଳା ଡ୍ରେନ ଅଛି, ଡ୍ରେନଗୁଡିକର ଅବସ୍ଥା କ’ଣ ଓ କେତେ କାମ ବାକି ଅଛି, ଏନେଇ ଘଟଣାସ୍ଥଳ ପରିଦର୍ଶନ କରି ନିଜର କ୍ଷୋଭ ପ୍ରକାଶ କରିବା ସହିତ ତୁରନ୍ତ ରିପୋର୍ଟ ଦେବାକୁ ବୁଧବାର ନିର୍ଦ୍ଦେଶ ଜାରି କରିଥିଲେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏ ନେଇ ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଉପରୁ ଚାପ ପଡିବା ପରେ ଆଜି ଆକ୍ସନ ଆରମ୍ଭ କରିଛି ବିଏମସି।

ଭୁବନେଶ୍ବରରେ ମୁକୁଳା ଡ୍ରେନରେ ପଡ଼ି ନାବାଳକର ମୃତ୍ୟୁ ଘଟଣାକୁ ନେଇ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଇଛି ବିଏମ୍‌ସି। ରିପୋର୍ଟରେ ଡ୍ରେନେଜ ବିଭାଗର ଅଧକାରୀଙ୍କୁ ଦାୟୀ କରିଛି ବିଏମସି। ଏନେଇ ଜଣେ ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି ବୋଲି ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି।

ଗତ ୯ବର୍ଷରେ ୮ଜଣଙ୍କ ଜୀବନ ଗଲାଣି। ଡ୍ରେନ ନିର୍ମାଣ ଠାରୁ ଆରମ୍ଭ କରି ଡ୍ରେନ ସଫା ପର୍ଯ୍ୟନ୍ତ ବିଏମ୍‌ସି ପ୍ରତିବର୍ଷ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛି। ମାତ୍ର ଅଧିକାଂଶ ଡ୍ରେନ ମୁକୁଳା ପଡ଼ିଥିବାବେଳେ ଆଉ କେତେକ ସ୍ଥାନରେ କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉ ନାହିଁ। ଅପରପକ୍ଷେ ସମସ୍ତ ଡ୍ରେନ୍‌ ଉପରେ ସ୍ଲାବ୍‌ ପକାଇବା ବାଧ୍ୟତାମୂଳକ ବୋଲି ପୂର୍ବରୁ ସୁପ୍ରିମକୋର୍ଟ ଏକ ରାୟରେ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବିଏମ୍‌ସି ଏହାକୁ ପାଳନ କରୁନାହିଁ।

ସୂଚନାଯୋଗ୍ୟ, ମଙ୍ଗଳବାର ଅପରାହ୍ଣରେ ରାଜଧାନୀରେ ଅତି ପ୍ରବଳ ବର୍ଷା କାରଣରୁ ଡ୍ରେନଗୁଡିକ ଭରିଯାଇଥିଲା । ଉକ୍ତ ସମୟରେ ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ କଲୋନୀର ଏସ୍କେ ରାଜେଶ ଓ ତାଙ୍କ ସାଙ୍ଗମାନେ ଡ୍ରେନ୍‌ ପାଖରେ ଖେଳୁଥିବା ବେଳେ ବେଲୁନଟି ଡ୍ରେନରେ ପଡିଯାଇଥିଲା। ଯାହାକୁ ଆଣିବାକୁ ଯାଇ ଭାସି ଯାଇଥିଲେ ରାଜେଶ। ଯାହା ପରେ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ ବୁଧବାର ଘଟଣାସ୍ଥଳ ପରିଦର୍ଶନ କରି ନିଜର କ୍ଷୋଭ ପ୍ରକାଶ କରିବା ସହିତ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଜାରି କରିଥିଲେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏହା ସହିତ ୭ ଦିନ ମଧ୍ୟରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ସହ ୩ ଦିନ ଭିତରେ ମୁକୁଳା ଥିବା ସବୁ ଡ୍ରେନକୁ କଭର୍‌ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ।

Leave A Reply

Your email address will not be published.