ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ବିଧାନସଭାର ବାଚସ୍ପତି ହେଲେ ସୁରମା ପାଢୀ

0

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢୀ। ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି। ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରମା ପାଢ଼ୀ। ‌ଏହାପରେ ସୁରମା ପାଢ଼ୀ ବାଚସ୍ପତି ଭାବେ ଗୃହ ପରିଚାଳନା କରିଛନ୍ତି।

ଗୃହରେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ଯମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି, ସିପିଆଇଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇଥିଲେ । ବାଚସ୍ପତି ସମସ୍ତଙ୍କୁ ଧନ୍ଯବାଦ ଦେବାସହ ନିରପେକ୍ଷତା ଅବଲମ୍ବନ କରି ସମସ୍ତଙ୍କ ସହଯୋଗରେ ଗୃହ ପରିଚାଳନା କରିବାକୁ ପ୍ରତିଶୃତି ଦେଇଛନ୍ତି।

ସୂଚନାଯୋଗ୍ୟ, ସୁରମା ହୋଇଛନ୍ତି ଓଡ଼ିଶା ବିଧାନସଭାର ଦ୍ବିତୀୟ ମହିଳା ବାଚସ୍ପତି। ଜଣେ ଅଭିଜ୍ଞ ରାଜନେତା ହେଉଛନ୍ତି ସୁରମା ପାଢୀ। ୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ସେ ଯୋଗଦେଇଥିଲେ। ୨୦୦୦ ମସିହାରେ ସେ ଜାତୀୟ ବିଜେପି ମହିଳା ମୋର୍ଚ୍ଚାର ସଭାପତି ଥିଲେ। ଏହାଛଡ଼ା ଦଳର ବିଭିନ୍ନ ପଦପଦବୀରେ କାମ କରିଛନ୍ତି। ୨୦୦୪ରେ ପ୍ରଥମ କରି ରଣପୁର ଆସନରୁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେପି- ବିଜେଡି ମେଣ୍ଟ ସରକାରରେ ସମବାୟ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ୨୦୦୯ ଓ ୨୦୧୪ରେ ରଣପୁରରୁ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାସ୍ତ ହୋଇଥିଲେ। ତେବେ ୨୦୨୪ରେ ରଣପୁରରୁ ଲଢି ବିଜେଡି ପ୍ରାର୍ଥୀ ସତ୍ୟ ନାରାୟଣ ପ୍ରଧାନଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି ସୁରମା ।

Leave A Reply

Your email address will not be published.