ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ବିଧାନସଭାର ବାଚସ୍ପତି ହେଲେ ସୁରମା ପାଢୀ

0

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢୀ। ରଣପୁର ବିଧାୟିକା ସୁରମା ପାଢୀ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି। ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରମା ପାଢ଼ୀ। ‌ଏହାପରେ ସୁରମା ପାଢ଼ୀ ବାଚସ୍ପତି ଭାବେ ଗୃହ ପରିଚାଳନା କରିଛନ୍ତି।

ଗୃହରେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ଯମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି, ସିପିଆଇଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇଥିଲେ । ବାଚସ୍ପତି ସମସ୍ତଙ୍କୁ ଧନ୍ଯବାଦ ଦେବାସହ ନିରପେକ୍ଷତା ଅବଲମ୍ବନ କରି ସମସ୍ତଙ୍କ ସହଯୋଗରେ ଗୃହ ପରିଚାଳନା କରିବାକୁ ପ୍ରତିଶୃତି ଦେଇଛନ୍ତି।

ସୂଚନାଯୋଗ୍ୟ, ସୁରମା ହୋଇଛନ୍ତି ଓଡ଼ିଶା ବିଧାନସଭାର ଦ୍ବିତୀୟ ମହିଳା ବାଚସ୍ପତି। ଜଣେ ଅଭିଜ୍ଞ ରାଜନେତା ହେଉଛନ୍ତି ସୁରମା ପାଢୀ। ୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ସେ ଯୋଗଦେଇଥିଲେ। ୨୦୦୦ ମସିହାରେ ସେ ଜାତୀୟ ବିଜେପି ମହିଳା ମୋର୍ଚ୍ଚାର ସଭାପତି ଥିଲେ। ଏହାଛଡ଼ା ଦଳର ବିଭିନ୍ନ ପଦପଦବୀରେ କାମ କରିଛନ୍ତି। ୨୦୦୪ରେ ପ୍ରଥମ କରି ରଣପୁର ଆସନରୁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେପି- ବିଜେଡି ମେଣ୍ଟ ସରକାରରେ ସମବାୟ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ୨୦୦୯ ଓ ୨୦୧୪ରେ ରଣପୁରରୁ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାସ୍ତ ହୋଇଥିଲେ। ତେବେ ୨୦୨୪ରେ ରଣପୁରରୁ ଲଢି ବିଜେଡି ପ୍ରାର୍ଥୀ ସତ୍ୟ ନାରାୟଣ ପ୍ରଧାନଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି ସୁରମା ।

Leave A Reply

Your email address will not be published.