ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ

0

ନୂଆଦିଲ୍ଲୀ: କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଲେ ଦିଲ୍ଲୀ ହାଇକୋର୍ଟ। ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଳୀର ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ମଞ୍ଜୁର କରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ତିହାର ଜେଲରୁ ବାହାରକୁ ବାହାରିଥାନ୍ତେ। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଗତକାଲି ତଳ କୋର୍ଟ ଜାମିନ ପ୍ରଦାନ କରିଥିବା ବେଳେ ଆଜି ହାଇକୋର୍ଟ ଏହା ଉପରେ ରୋକ ଲଗାଇଛି । ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଏହି ଜାମିନ ପ୍ରଦାନ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି ।

ସୂଚନା ଅନୁଯାୟୀ ଏହି ମାମଲାରେ ବିଚାରପତି ସୁଧୀର ଜୈନ ଏବଂ ରବିନ୍ଦର ଡୁଡେଜାଙ୍କ ଖଣ୍ଡପୀଠ ଶୁଣାଣି କରୁଛନ୍ତି। ଇଡି ପକ୍ଷରୁ ହଜାର ହୋଇଥିବା ଓକିଲ କହିଥିଲେ ,ନିମ୍ନ ଅଦାଲତରେ ଏହିମାମଲାରେ ସେମାନଙ୍କର ପକ୍ଷ ରଖିବାକୁ ପର୍ଯ୍ୟାପ୍ତ ସମୟ ଦିଆଯାଇ ନଥିଲା। ଗୁରୁବାର ନିମ୍ନ ଅଦାଲତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜାମିନ ଦେଇଥିଲେ। ଯାହାକୁ ବିରୋଧକରି ଇଡି ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା।

Leave A Reply

Your email address will not be published.