ପ୍ରମୁଖ ଖବର

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ବନ୍ଦ

୨୮ ଜୁନ ବେଳକୁ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ

0
  • ୨୮ ଜୁନ ବେଳକୁ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ବର: ଗତ କାଲି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶା ର ଆଉ କିଛି ଜିଲ୍ଲା କୁ ପ୍ରବେଶ କରିଛି। ଗତ ଜୁନ ୦୮ ରେ ମୌସୁମୀ ବାୟୁ ପ୍ରଥମେ ମାଲକାନଗିରି ଓ କୋରାପୁଟ ଜିଲ୍ଲା ର କିଛି ଅଞ୍ଚଳ କୁ ଛୁଇଁଥିଲା। ତେବେ ପ୍ରତିକୂଳ ପାଣିପାଗ ହେତୁ ଦୀର୍ଘ ୧୧ ଦିନ ଧରି ଅଗ୍ରସର ହୋଇପାରିନଥିଲା ତେବେ ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ , ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି ଜିଲ୍ଲା କୁ ପ୍ରଵେଶ କରିଛି ମୌସୁମୀ ବାୟୁ। ସେହିପରି ଆସନ୍ତା ୨ ଦିନ ମଧ୍ୟରେ ଓଡ଼ିଶା ର ଆହୁରି ଅନେକ ଅଞ୍ଚଳ କୁ ମୌସୁମୀ ବାୟୁ ପ୍ରବେଶ କରିବା ପାଇଁ ପାଣିପାଗ ଅନୁକୂଳ ରହିଛି।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ର ବିଭିନ୍ନ ଅଞ୍ଚଳ ରେ ପାଗ କେତେକାଂଶ ରେ ମେଘୁଆ ରହିବା ସହ ଅନେକ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା ର ଅଧିକାଂଶ ଅଞ୍ଚଳରେ ରେ ଆଜି ବର୍ଷା ସମ୍ଭାବନା ରହିଛି। ମାଲକାନଗିରି , କୋରାପୁଟ, ରାୟଗଡ଼ା, ଗଜପତି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶା ର ସ୍ଥାନେ ସ୍ଥାନେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଜୁନ ୨୮ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ତେଣୁ ଜୁନ ଶେଷ ସପ୍ତାହରେ ରାଜ୍ୟ ରେ ବର୍ଷା ବଢିବ।

ପୂର୍ବାନୁମାନ- ସାର୍ଥକ ମିଶ୍ର

Leave A Reply

Your email address will not be published.