ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡିଶା

0

ଭୁବନେଶ୍ବର: ହକି କୁ ନେଇ ସରକାରଙ୍କ ବଡ ଘୋଷଣା। ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି ଓଡ଼ିଶା।

ଆଜି ରାଜ୍ୟ ଅତିଥି ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ କରି ଆଲୋଚନା କରିଛନ୍ତି। ଓଡ଼ିଶା ସରକାର ୨୦୧୮ରୁ ଭାରତୀୟ ହକି ଦଳର ପ୍ରାୟୋଜକ ଦାୟିତ୍ୱ ନେଇଛନ୍ତି। ୨୦୨୩ ରୁ ୧୦ ବର୍ଷ ଓଡ଼ିଶା ପ୍ରାୟୋଜକ ରହିବ ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ।

ସୂଚନାଯୋଗ୍ୟ, ହକି ପାଇଁ ଓଡ଼ିଶାକୁ ବିଶ୍ୱରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି। ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ମିଳିମିଶି କାମ କରିବା ପାଇଁ ଆଲୋଚନା ବେଳେ ପ୍ରତିଶୃତି ଦିଆଯାଇଛି। ଏଥିସହ ହକିର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ମୋହନ ମାଝି କହିଛନ୍ତି।

Leave A Reply

Your email address will not be published.