ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ

0

ଭୁବନେଶ୍ବର: କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ। ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି। କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ ମିଳିଛି। ତେବେ ନିର୍ବାଚନ ପରିଚାଳନାକୁ ନେଇ କର୍ମୀ ଅସନ୍ତୁଷ୍ଟ ଥିବା କୁହାଯାଉଛି। ତେବେ କାଳି ମାଡର ସଠିକ କାରଣ ଏଯାଏଁ ଜଣାପଡିନାହିଁ ।

ସୂଚନାଯୋଗ୍ୟ, ଆଜି ସକାଳେ ଶରତ ପଟ୍ଟନାୟକ କଂଗ୍ରେସ ଭବନରେ ନିଜ କକ୍ଷରେ ବସିଥିବା ବେଳେ କିଛି ଅସନ୍ତୁଷ୍ଟ ଗୋଷ୍ଠୀର ଯୁବକମାନେ ହଠାତ୍ ଭିତରକୁ ପଶି ଆସିଥିଲେ। ପିସିସି ସଭାପତିଙ୍କ ଉପରେ ଯୁବକମାନେ କାଳିମାଡ଼ କରିଥିଲେ ଓ ପରେ ସେଠାରୁ ପଳାଇ ଯାଇଥିଲେ। ଘଟଣାପରେ କଂଗ୍ରେସର ବରିଷ୍ଠ ନେତାମାନେ କଂଗ୍ରେସ ଭବନରେ ପହଞ୍ଚି ପସିସି ସଭାପତିଙ୍କ ସହ ଆଲୋଚନା କରିଥିବା ଜଣାଯାଇଛି। ତେବେ କେଉଁ କାରଣ ପାଇଁ ପିସିସି ସଭାପତିଙ୍କୁ କାଳିମାଡ଼ କରାଗଲା ତାହା ଜଣାପଡ଼ିନାହିଁ।

Leave A Reply

Your email address will not be published.