ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଦିନକୁ ୨ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

0
  • ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର
  • ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନାଯୋଗ୍ୟ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶ୍ରୀ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି

Leave A Reply

Your email address will not be published.