ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଦିନକୁ ୨ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

0
  • ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର
  • ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନାଯୋଗ୍ୟ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶ୍ରୀ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି

Leave A Reply

Your email address will not be published.