ପ୍ରମୁଖ ଖବର

‘ଜୁନ୍‌ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି’
ରାଜା ଚକ୍ରଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
ପୁରଣ ହେବ ୧୫ଟି ବିଶ୍ୱବିଦ୍ୟାଳୟର ଭିସି ପଦବୀ
ନୀରବ ମୋଦିଙ୍କ ବେଲ୍ ଆବେଦନ ଖାରଜ
ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ
ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କଲେ ରାଜ୍ୟ ସରକାର

ଉତ୍କଳ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ: ସୂର୍ଯ୍ୟବଂଶୀ ସୂରଜ

0

ଭୁବନେଶ୍ୱର: ଜୁନ ୨୧ରେ ଅର୍ନ୍ତଜାତୀୟ ଯୋଗ ଦିବସ ବଡ ଘୋଷଣା କରିଛନ୍ତି କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ଯେ, ଖୁବ ଶୀଘ୍ର ଉତ୍କଳ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ ।

ସୁସ୍ଥ ଶରୀର ପାଇଁ ଯୋଗର ଆବଶ୍ୟକତା ବିଷୟରେ ଆଲୋଚନା କରିବା ସହ ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ ପୁଣିଥରେ ବିଶ୍ୱବିଦ୍ୟାଳୟରେ ଯୋଗ ବିଭାଗ କାର୍ଯ୍ୟକ୍ଷମ ହେବା ନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା ପରେ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂରଜ ।

Leave A Reply

Your email address will not be published.