ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଅଫିସ ଡେରିରେ ଆସିଲେ କଟିବ ଦରମା

0

ନୂଆଦିଲ୍ଲୀ: ଏଣିକି ଡେରିରେ ବା କିଛି ସମୟ ବିଳମ୍ବରେ ଅଫିସରେ ପହଞ୍ଚିଲେ କଟିବ ଦରମା। ପୁରା ଅଧାଦିନର ଦରମା କାଟିଦେବେ ସରକାର। ୯ ଟାରୁ ୯ ଟା ୧୫ ଭିତରେ ନ ପହଁଞ୍ଚିଲେ କଟିଯିବ ଅଧାଦିନର ଦରମା ।ଏଣିକି ବିଳମ୍ବରେ ଅଫିସ ଆସିଲେ ଫସିବେ ସରକାରୀ କର୍ମଚାରୀ। କର୍ମଚାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଠିକ୍‌ ସମୟରେ ଅଫିସରେ ନ ପହଞ୍ଚିଲେ ଅଧାଦିନର ଛୁଟି କଟିବ ବୋଲି କେନ୍ଦ୍ର ସରକାର ସୂଚନା ଦେଇଛନ୍ତି।

ସୂଚନାନୁସାରେ, କେନ୍ଦ୍ରର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) ଦେଶର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଅଫିସରେ ପହଞ୍ଚିବାର ଗୋଟିଏ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ କରିଛି। ଏହି ସମୟ ମଧ୍ୟରେ ଅଫିସରେ ନ ପହଞ୍ଚିଲେ ସିଏଲ୍‌ (କାଜୁଆଲ ଲିଭ୍‌) କାଟିବାକୁ ନିଷ୍ପତ୍ତି ନିଆଯାଇଛି। ଡିଓପିଟି ନିଷ୍ପତ୍ତି ଅନୁସାରେ, ସମସ୍ତ କର୍ମଚାରୀ ସକାଳ ୯ଟା ୧୫ରେ ଅଫିସରେ ପହଞ୍ଚି ବାୟୋମେଟ୍ରିକ୍‌ରେ ପଞ୍ଚ ଦେବେ। ଏଥିରେ ଖିଲାପ କଲେ ସମ୍ପୃକ୍ତ କର୍ମଚାରୀଙ୍କର ଅଧା ଦିନର ଛୁଟି କାଟି ଦିଆଯିବ।

ସେହିପରି ଯଦି ଜଣେ କର୍ମଚାରୀ କୌଣସି କାରଣରୁ ଅଫିସ ନ ଆସିବେ ତେବେ ତାଙ୍କୁ ଆଗୁଆ ଜଣାଇବାକୁ ପଡ଼ିବ ଏବଂ କାଜୁଆଲ ଲିଭ୍‌(ସିଏଲ୍‌) ଆପ୍ଲାଏ କରିବାକୁ ପଡ଼ିବ ବୋଲି ବିଭାଗ ନିର୍ଦ୍ଦେଶ ଦେଇଛି।

Leave A Reply

Your email address will not be published.