ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ

0


ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟଙ୍କ ରହିତାଦେଶ ବିରୋଧରେ ଫେରାଦ ହେଲେ କେଜ୍ରିୱାଲ। ଟ୍ରାଏଲ କୋର୍ଟଙ୍କ ଜାମିନ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଜାମିନ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି ପିଟିସନ୍‌ ଦାଖଲ କଲେ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀର ମଦ ଘୋଟଲା ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ରବିବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ହେବାରୁ କେଜ୍‌ରିୱାଲ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କେଜ୍‌ରିୱାଲଙ୍କ ଓକିଲମାନେ ସୋମବାର ସକାଳେ ଶୁଣାଣି ପାଇଁ ଆବେଦନ କରିଛନ୍ତି।

ଏହାପୂର୍ବରୁ ଆମ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲ ଙ୍କୁ ଜୁନ ୨୦ରେ ୧ଲକ୍ଷ ଟଙ୍କା ବଣ୍ଡରେ ଜାମିନ ପ୍ରଦାନ କରାଯାଇଥିଲା। କେଜ୍‌ରିୱାଲଙ୍କୁ ଜାମିନ ପ୍ରଦାନ କରିବା ପୂର୍ବରୁ କୋର୍ଟ ମଧ୍ୟ କିଛି ସର୍ତ୍ତ ରଖିଥିଲେ। ତଦନ୍ତରେ ବାଧା ନ ଦେବାକୁ କିମ୍ବା ସାକ୍ଷୀଙ୍କୁ ପ୍ରଭାବିତ କରିବା ପାଇଁ ଚେଷ୍ଟା ନ କରିବାକୁ କେଜ୍‌ରିୱାଲଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହା ପରେ କେଜ୍‌ରିୱାଲଙ୍କୁ ଦିଆଯାଇଥିବା ଜାମିନକୁ ଚ୍ୟାଲେଞ୍ଜ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଜୁନ ୨୧ରେ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଥିଲା। କେଜ୍‌ରିୱାଲଙ୍କୁ ଜାମିନ ପ୍ରଦାନ ପାଇଁ ହାଇକୋର୍ଟ ମଧ୍ୟବର୍ତ୍ତୀକାଳୀନ ରୋକ ଲଗାଇଥିଲେ।

Leave A Reply

Your email address will not be published.