ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅରବିନ୍ଦ କେଜ୍ରିୱାଲ

0


ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟଙ୍କ ରହିତାଦେଶ ବିରୋଧରେ ଫେରାଦ ହେଲେ କେଜ୍ରିୱାଲ। ଟ୍ରାଏଲ କୋର୍ଟଙ୍କ ଜାମିନ ଉପରେ ହାଇକୋର୍ଟ ସ୍ଥଗିତାଦେଶ ଦେଇଛନ୍ତି। ଜାମିନ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି ପିଟିସନ୍‌ ଦାଖଲ କଲେ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀର ମଦ ଘୋଟଲା ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ରବିବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ହେବାରୁ କେଜ୍‌ରିୱାଲ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କେଜ୍‌ରିୱାଲଙ୍କ ଓକିଲମାନେ ସୋମବାର ସକାଳେ ଶୁଣାଣି ପାଇଁ ଆବେଦନ କରିଛନ୍ତି।

ଏହାପୂର୍ବରୁ ଆମ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲ ଙ୍କୁ ଜୁନ ୨୦ରେ ୧ଲକ୍ଷ ଟଙ୍କା ବଣ୍ଡରେ ଜାମିନ ପ୍ରଦାନ କରାଯାଇଥିଲା। କେଜ୍‌ରିୱାଲଙ୍କୁ ଜାମିନ ପ୍ରଦାନ କରିବା ପୂର୍ବରୁ କୋର୍ଟ ମଧ୍ୟ କିଛି ସର୍ତ୍ତ ରଖିଥିଲେ। ତଦନ୍ତରେ ବାଧା ନ ଦେବାକୁ କିମ୍ବା ସାକ୍ଷୀଙ୍କୁ ପ୍ରଭାବିତ କରିବା ପାଇଁ ଚେଷ୍ଟା ନ କରିବାକୁ କେଜ୍‌ରିୱାଲଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହା ପରେ କେଜ୍‌ରିୱାଲଙ୍କୁ ଦିଆଯାଇଥିବା ଜାମିନକୁ ଚ୍ୟାଲେଞ୍ଜ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଜୁନ ୨୧ରେ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିସନ ଦାଖଲ କରିଥିଲା। କେଜ୍‌ରିୱାଲଙ୍କୁ ଜାମିନ ପ୍ରଦାନ ପାଇଁ ହାଇକୋର୍ଟ ମଧ୍ୟବର୍ତ୍ତୀକାଳୀନ ରୋକ ଲଗାଇଥିଲେ।

Leave A Reply

Your email address will not be published.