ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଗୃହପାଳିତ ପ୍ରାଣୀଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ତୁଳସୀଡିଆ ଗାଁରେ ଆଜି ସକାଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୬ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଟି ଗାଈ, ୨ଟି ବାଛୁରୀ ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି।

ଏହି ଘଟଣାରେ ଗୋସମ୍ପଦର ମାଲିକମାନଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଟିପିସିଓଡିଏଲକୁ ସହାୟତା ଦେବାକୁ ଆଦେଶ ଦେଇଛନ୍ତି। ଓଇଆର୍‌ସିର ନିୟମ ଅନୁଯାୟୀ, ଏହି ମାମଲାରେ ମାଲିକମାନଙ୍କୁ କ୍ଷତିପୂରଣ ମିଳିବା ଆବଶ୍ୟକ।

ଏହି ନିୟମ ଅନୁଯାୟୀ, ଗାଈ ମାଲିକଙ୍କୁ ୩୦ ହଜାର, ବଳଦ ମାଲିକଙ୍କୁ ୨୫ ହଜାର ଓ ବାଛୁରୀ ମାଲିକଙ୍କୁ ୧୬ ହଜାର ଟଙ୍କା ସହାୟତା ମିଳିବ। ଫଳରେ ୬ଟି ପ୍ରାଣୀଙ୍କ ୬ ଜଣ ମାଲିକ ସମୁଦାୟ ୧,୪୭,୦୦୦ ଟଙ୍କା ସହାୟତା ପାଇବେ।

Leave A Reply

Your email address will not be published.