ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ରୁଙ୍ଗଟା ମାଇନ୍ସରେ ଲୁହା ପ୍ଲେଟ ଖସି ୨ ମୃତ୍ୟୁ, ୩ ଗୁରୁତର

0

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ଅଘଟଣ। ଲୁହା ପ୍ଲେଟ ତଳେ ଚାପି ହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ରହିଥିବା ସୂଚନା ମିଳିଛି। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ଅନୁଗୋଳ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଯାଇଛି।

ସୂଚନା ଅନୁଯାୟୀ, ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ଝାରବନ୍ଧ ସ୍ଥିତ ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାର ଡିଆରଆଇ ପ୍ଲାଣ୍ଟରେ ଅଘଟଣ ଘଟିଛି। ପ୍ଲାଣ୍ଟର ନଂ ୮ ଓ ୯ ନମ୍ବର କିଲନ ପ୍ଲାଟଫର୍ମରେ ଜିନିଷପତ୍ର ସିଫ୍ଟିଙ୍ଗ ବେଳେ ଉପରୁ ଲୁହା ପ୍ଲେଟ ଖସିପଡିଥିଲା। ଏଥିରେ ଘଟଣାସ୍ଥଳରେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଗୁରୁତର ହୋଇଛନ୍ତି।

ମୃତ ଶ୍ରମିକ ହେଲେ ବିବେକାନନ୍ଦ ସାହୁ (ଖୋକନ) ଓ ବିଷ୍ଣୁ ମାଝୀ (ଇଶାନ) । ଉଭୟ ପଶ୍ଚିମବଙ୍ଗ ବୋଲି ଜଣାପଡିଛି। ଗୁରୁତର ଦୁଇଜଣ ମଧ୍ୟ ପଶ୍ଚିମବଙ୍ଗର ନବ କୁମାର ସାମନ୍ତ ଓ ଅମଲ ବେରା। ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ କାରଖାନା ପକ୍ଷରୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ସମ୍ପର୍କରେ କାରଖାନା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । କାରଖାନା ମଧ୍ୟକୁ କାହାକୁ ଭିତରକୁ ପ୍ରବେଶ କରିବାକୁ ଦିଆଯାଉନାହିଁ। କାରଖାନାର ଡିଆରଆଇ ପ୍ଲାଣ୍ଟ ୩୦ ଫୁଟ ଉପରେ ଥିବା ଗୁଡ୍ସ ସିଫ୍ଟିଙ୍ଗ ପ୍ଲାଟଫର୍ମ ଭୁଶୁଡି ପଡି ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଦୁର୍ଘଟଣା ସମୟରେ ତଳେ ପ୍ରାୟ ୨୦ରୁ ଉର୍ଦ୍ଧ୍ବ ଶ୍ରମିକ କାମ କରୁଥିଲେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.