ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ପ୍ରତି ବ୍ଲକରେ ପ୍ରତିଷ୍ଠା ହେବ ଶୀତଳ ଭଣ୍ଡାର

0

ଭୁବନେଶ୍ୱର: ରାଜ୍ୟର ସବୁ ବ୍ଲକରେ ପ୍ରତିଷ୍ଠା ହେବ ଶୀତଳ ଭଣ୍ଡାର। ଆଜି ଏମିତି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଛନ୍ତି ଇସ୍ତାହାର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ । ମୁଖ୍ୟମନ୍ତ୍ରୀ ସେ ଉପରେ ଗୁରୁତ୍ବ ଦେଉଛନ୍ତି । କ୍ୟାବିନେଟ ବୈଠକରେ ଏ ନେଇ ଖୁବଶୀଘ୍ର ଆଲୋଚନା କରାଯିବ। ଏଥିସହ ରାଜ୍ୟରେ ଆଳୁ ପିଆଜ ଦରବୃଦ୍ଧିର ସମୀକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ । ନାସିକରୁ ପିଆଜ କୁଇଣ୍ଟାଲ ପିଛା ୨୯୩୫ ଟଙ୍କାରେ କିଣା ଯାଉଛି । ପରିବହନ ଖର୍ଚ୍ଚ ସହିତ ଖୁଚୁରା ମାର୍କେଟ କିଲୋ ପିଛା ଦର ୪୦ଟଙ୍କା ରହିଛି ।

ବ୍ୟବସାୟୀଙ୍କ ଅନାବଶ୍ୟକ ହୋର୍ଡିଂ ଉପରେ ବିଭାଗ ନଜର ରଖିଛି । ସବୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ବ୍ୟବସାୟୀଙ୍କ ସହ କଥା ହୋଇ ଷ୍ଟକ ଉପରେ ନଜର ରଖିବାକୁ କୁହାଯାଇଛି । ସରକାରଙ୍କ ନୀତି ନିୟମରେ ଖିଲାପି କଲେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଳୁ ବି ନାସିକରୁ ଆସୁଥିବାରୁ ଦର ଉଚ୍ଚା ରହିଛି । କଲା କଳବଜାରୀ କରୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯାଇଛି।

Leave A Reply

Your email address will not be published.