ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

୨୭ ରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

0

ଭୁବନେଶ୍ବର: ଗତ କାଲି ସମଗ୍ର ଓଡ଼ିଶା କୁ ପ୍ରବେଶ କରିସାରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ତେବେ ଏବେ ରାଜ୍ୟ ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ର ସମ୍ଭାବନା କ୍ଷୀଣ।

ତେବେ ୨୬ ତାରିଖ ପରେ ରାଜ୍ୟ ରେ ବର୍ଷା ର ପରିମାଣ ବୃଦ୍ଧି ପାଇବ। ଆସନ୍ତା ୨୭-୨୮ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ/ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ପ୍ରଭାବ ରେ ଦକ୍ଷିଣ ଓ ଉପକୂଳ ଓଡ଼ିଶା ରେ ୨୭-୨୯ ଯାଏଁ ଅଳ୍ପ ରୁ ମଧ୍ୟମ ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, କେଉଁଝର, ମୟୂରଭଞ୍ଜ, ଯାଜପୁର, ଢ଼େଙ୍କାନାଳ ଜିଲ୍ଲା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.