ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

୨୭ ରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

0

ଭୁବନେଶ୍ବର: ଗତ କାଲି ସମଗ୍ର ଓଡ଼ିଶା କୁ ପ୍ରବେଶ କରିସାରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ତେବେ ଏବେ ରାଜ୍ୟ ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ର ସମ୍ଭାବନା କ୍ଷୀଣ।

ତେବେ ୨୬ ତାରିଖ ପରେ ରାଜ୍ୟ ରେ ବର୍ଷା ର ପରିମାଣ ବୃଦ୍ଧି ପାଇବ। ଆସନ୍ତା ୨୭-୨୮ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ/ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ପ୍ରଭାବ ରେ ଦକ୍ଷିଣ ଓ ଉପକୂଳ ଓଡ଼ିଶା ରେ ୨୭-୨୯ ଯାଏଁ ଅଳ୍ପ ରୁ ମଧ୍ୟମ ଓ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର, କେଉଁଝର, ମୟୂରଭଞ୍ଜ, ଯାଜପୁର, ଢ଼େଙ୍କାନାଳ ଜିଲ୍ଲା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.