ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶପଥ ନେଲେ ନବନିର୍ବାଚିତ ସାଂସଦଗଣ

0

ନୂଆଦିଲ୍ଲୀ: ୧୮ତମ ଲୋକସଭାର ଉଦଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଲୋକସଭାକୁ ନିର୍ବାଚିତ ହୋଇଥିବା ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଶପଥ ପାଠ କରାଇଛନ୍ତି ।

ତେବେ ଓଡିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଓଡିଆରେ ଶପଥ ଗ୍ରହଣ କରିଛନ୍ତି। ସମ୍ବଲପୁର ଲୋକସଭାରୁ ଧର୍ମେନ୍ଦ୍ର ପ୍ରଧାନ ଏବଂ ସୁନ୍ଦରଗଡ ଲୋକସଭାରୁ ଜୁଏଲ ଓରାମ ନିର୍ବାଚିତ ହୋଇଛନ୍ତି। ଆଉ ଏବେ ଧର୍ମେନ୍ଦ୍ର ପ୍ରଧାନ ଓଡିଆରେ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । ସେହିପରି ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ ସାନ୍ତାଳୀ ଭାଷାରେ, ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ସଂସ୍କୃତ ଭାଷାରେ ଶପଥ ନେଇଛନ୍ତି।

Leave A Reply

Your email address will not be published.