ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଶହେ ଦିନ ଭିତରେ ମିଳିବ ସୁଭଦ୍ରା ଯୋଜନା : ଉପମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ସୁଭଦ୍ରା ଯୋଜନା ବିଷୟରେ ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଶହେ ଦିନ ଭିତରେ ନିଶ୍ଚିତ ଭାବେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା। ଏନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା। ଏହି ଯୋଜନା ଏବେ ଡ୍ରାଫ୍ଟ ଷ୍ଟେଜ୍ ରେ ଅଛି। ଖୁବ୍ ଶୀଘ୍ର ଏହାର ରୂପରେଖ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

ଯାହା ବିଜେପି ସଂକଳ୍ପ ପତ୍ରରେ ଥିଲା, କ୍ୟାବିନେଟ ଏହାକୁ ସ୍ୱୀକୃତି ଦେଇଛି। ତେଣୁ ଏହାର ପ୍ରକିୟାକୁ ଯଥାଶୀଘ୍ର ଶେଷ କରାଯାଇ ମହିଳାଙ୍କ ପାଖରେ ପହଞ୍ଚାଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡା। ତେବେ କେଉଁମାନେ ଏହା ଦ୍ବାରା ଉପକୃତ ହେବେ ସେନେଇ ଏବେ କିଛି ସୂଚନା ନାହିଁ। ତେଣୁ ଲୋକଙ୍କ ପାଖରେ ସଠିକ୍ ଖବର ପହଞ୍ଚାଯାଉ କୌଣସି ଉଡା ଖବର କିମ୍ବା ମନଗଢା ଖବର ପ୍ରସାର ନକରିବାକୁ ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ଏହାଛଡ଼ା ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ଯୋଜନାକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ଲାଗି ପ୍ରସ୍ତୁତ ରହିଛି। ଏହି ଯୋଜନା ଲାଗି ଆବଶ୍ୟକୀୟ ବଜେଟ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ସେ ମଧ୍ୟ କହିଛନ୍ତି।

Leave A Reply

Your email address will not be published.