ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଶହେ ଦିନ ଭିତରେ ମିଳିବ ସୁଭଦ୍ରା ଯୋଜନା : ଉପମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ସୁଭଦ୍ରା ଯୋଜନା ବିଷୟରେ ଏକ ବଡ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଶହେ ଦିନ ଭିତରେ ନିଶ୍ଚିତ ଭାବେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା। ଏନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା। ଏହି ଯୋଜନା ଏବେ ଡ୍ରାଫ୍ଟ ଷ୍ଟେଜ୍ ରେ ଅଛି। ଖୁବ୍ ଶୀଘ୍ର ଏହାର ରୂପରେଖ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

ଯାହା ବିଜେପି ସଂକଳ୍ପ ପତ୍ରରେ ଥିଲା, କ୍ୟାବିନେଟ ଏହାକୁ ସ୍ୱୀକୃତି ଦେଇଛି। ତେଣୁ ଏହାର ପ୍ରକିୟାକୁ ଯଥାଶୀଘ୍ର ଶେଷ କରାଯାଇ ମହିଳାଙ୍କ ପାଖରେ ପହଞ୍ଚାଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡା। ତେବେ କେଉଁମାନେ ଏହା ଦ୍ବାରା ଉପକୃତ ହେବେ ସେନେଇ ଏବେ କିଛି ସୂଚନା ନାହିଁ। ତେଣୁ ଲୋକଙ୍କ ପାଖରେ ସଠିକ୍ ଖବର ପହଞ୍ଚାଯାଉ କୌଣସି ଉଡା ଖବର କିମ୍ବା ମନଗଢା ଖବର ପ୍ରସାର ନକରିବାକୁ ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ଏହାଛଡ଼ା ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ଯୋଜନାକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ଲାଗି ପ୍ରସ୍ତୁତ ରହିଛି। ଏହି ଯୋଜନା ଲାଗି ଆବଶ୍ୟକୀୟ ବଜେଟ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ସେ ମଧ୍ୟ କହିଛନ୍ତି।

Leave A Reply

Your email address will not be published.