ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

0

ନୂଆଦିଲ୍ଲୀ: ବୁଧବାର ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ସ୍ୱାଧୀନତା ପରେ ଦେଶରେ ଏହା ପ୍ରଥମ ଥର ହେବ ଯେତେବେଳେ ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ବର୍ତ୍ତମାନ ପର୍ଯ୍ୟନ୍ତ ଶାସକ ଦଳ ଏବଂ ବିରୋଧୀଙ୍କ ସହମତି ଅନୁଯାୟୀ ବାଚସ୍ପତି ନିର୍ବାଚିତ ହେଉଥିଲେ। କିନ୍ତୁ ଏଥର ଏହି ପରମ୍ପରା ଭାଙ୍ଗୁଥିବା ଜଣାପଡିଛି। ଲୋକ ସଭା ବାଚସ୍ପତି ପଦକୁ ନେଇ ସହମତ ହୋଇ ନ ପାରିବା ପରେ ବିରୋଧୀଦଳ ଏହାର ପ୍ରାର୍ଥୀ ଘୋଷଣା କରିଛନ୍ତି। କେ ସୁରେଶ ବିରୋଧୀ ଦଳର ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ଓମ ବିର୍ଲା ଏନଡିଏ ପକ୍ଷରୁ ଲୋକ ସଭା ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ସୂଚନାଯୋଗ୍ୟ, ଏହାପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସହ ଫୋନରେ କଥା ହୋଇ ବାଚସ୍ପତି ପଦ ପାଇଁ ସମର୍ଥନ ଲୋଡିଥିଲେ। ରାହୁଲ ଗାନ୍ଧୀ କହିଛନ୍ତି ଯେ ବିରୋଧୀଦଳ ବାଚସ୍ପତି ପଦକୁ ସମର୍ଥନ କରିବାକୁ ପ୍ରସ୍ତୁତ, କିନ୍ତୁ ବିରୋଧୀଦଳ ଡେପୁଟି ସ୍ପିକର ପଦ ପାଇବା ଉଚିତ। କିନ୍ତୁ ଏହା ଉପରେ ରାଜନାଥ ସିଂଙ୍କଠାରୁ କୌଣସି ଉତ୍ତର ମିଳିନାହିଁ।

Leave A Reply

Your email address will not be published.