ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବଜ୍ରପାତ ୩ ମୃତ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ବରଗଡ: ବଜ୍ରପାତରେ ମୃତକଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ବୁଧବାର ବରଗଡ଼ ଜିଲା ପଦ୍ମପୁର ଖଲିଆପଲି ପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ଗାଁର ପାଞ୍ଚ ଜଣ ପୁରୁଷ ଗାଁ ମୁଣ୍ଡ ବରଗଛ ମୂଳେ ବସି ଖଟି କରୁଥିଲେ। ହେଲେ ହଠାତ୍‌ ବର୍ଷା ଆସିଥିବା କାରଣରୁ ସେମାନେ ଘରକୁ ଯାଇ ପାରିନଥିଲେ। ବଜ୍ରପାତ ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଗୁରୁତର ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସମ୍ପର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.