ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୪ ଦିନ ଯାଏଁ ମୌସୁମୀ ବାୟୁ ସକ୍ରିୟ ରହିବା ସହ ବିଭିନ୍ନ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ଦକ୍ଷିଣ ଓଡ଼ିଶା ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶା ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ , ନବରଙ୍ଗପୁର ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ୨୪ ଘଣ୍ଟା ପରେ ରାଜ୍ୟ ରେ ବର୍ଷା ର ପରିମାଣ ବୃଦ୍ଧି ପାଇବ। ୨୭ ତାରିଖ ରେ ରାଜ୍ୟ ର ଅନେକ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୨୮-୨୯ ଜୁନ ରେ କୋହଲା ପାଗ ସହ ଅଧିକାଂଶ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ , କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ବଲାଙ୍ଗୀର, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.