ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

୬ରେ ଓଡିଶା ଆସିବେ ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର: ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି।

ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ରାଷ୍ଟ୍ରପତି ମହାପ୍ରଭୁଙ୍କ ରଥଯାତ୍ରା ସହ ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଆସନ୍ତା ୬ ତାରିଖ ସଂଧ୍ୟାରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ ରାଷ୍ଟ୍ରପତି। ସେହିଦିନ ଅପରାହ୍ନରେ ଡିଭାଇନ ରିଟ୍ରିଟ ସେଣ୍ଟର ଉଦ୍ଘାଟନ କରିବେ। ୯ ତାରିଖ ପୂର୍ବାହ୍ନରେ ନାଇଜର୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିଦିନ ଅପରାହ୍ନରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି।

Leave A Reply

Your email address will not be published.