ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ନନ୍ଦନ ପରେ ଆଖି ବୁଜିଲା ବାଘୁଣୀ ‘ସାରା’

0

ଭୁବନେଶ୍ବର: ନନ୍ଦନକାନନରେ ଆଖି ବୁଜିଛି ନାଲି ବାଘୁଣୀ ‘ସାରା’। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୋକର ଛାୟା। ଗୁରୁବାର ଭୋର ୪ଟା ୪୨ରେ ପ୍ରାଣୀ ଉଦ୍ୟାନରେ ଥିବା ବାଘୁଣୀ ‘ସାରା’ର ମୃତ୍ୟୁ ଘଟିଛି। ବାଘ ସଫାରୀର ୩୩ ନମ୍ବର ଖୁଆଡରେ ରହୁଥିବା ଏହି ବାଘୁଣୀଟି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲା।

‘ସାରା’ ବାର୍ଦ୍ଧକ୍ୟଜନିତ ରୋଗରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି। କିଛିଦିନ ହେବ ‘ସାରା’ ଠିକ୍ ଭାବେ ଖାଦ୍ୟ ଖାଉ ନଥିଲା। ପ୍ରାଣୀ ଉଦ୍ୟାନ ଚିକିତ୍ସକଙ୍କ ଦ୍ୱାରା ‘ସାରା’ର ଚିକିତ୍ସା କରାଯାଉଥିଲା। ପ୍ରାଣୀ ଅଦଳବଦଳ ପ୍ରକ୍ରିୟାରେ ଭୋପାଳ ଚିଡିଆଖାନାରୁ ୨୦୦୯ରେ ବାଘୁଣୀ ‘ସାରା’ ନନ୍ଦନକାନନ ଆସିଥିଲ। ପ୍ରତି ବଦଳରେ ନନ୍ଦନକାନନରୁ ଗୋଟିଏ ଧଳାବାଘ ଦିଆଯାଇଥିଲା।

‘ସାରା’ର ମୃତ୍ୟୁ ପରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ୨୬କୁ ହ୍ରାସ ପାଇଛି। ମୃତ୍ୟୁବେଳକୁ ‘ସାରା’କୁ ୧୯ ବର୍ଷ ବୟସ ହୋଇଥିବା ପ୍ରାଣୀ ଉଦ୍ୟାନ ପକ୍ଷରୁ କୁହାଯାଇଛି। ଗତ କିଛିଦିନ ତଳେ ବାଘ ନନ୍ଦନର ମୃତ୍ୟୁ ହୋଇଥିବା ବେଳେ ଏବେ ସାରା ର ମୃତ୍ୟୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନର କର୍ମଚାରୀଙ୍କ ସହ ପଶୁ ପ୍ରେମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.