ପ୍ରମୁଖ ଖବର

ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ପରିବହନ ବିଭାଗ
ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ପୁରୀରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ
ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ମୃତ

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଆଡଭାନୀ

0

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ଲାଲ କୃଷ୍ଣ ଆଡଭାନୀ ଏମ୍ସ ହସ୍ପିଟାଲରୁ ଗୁରୁବାର ଡିସ୍‌ଚାର୍ଜ ହୋଇଛନ୍ତି। ବୁଧବାର ରାତିରେ ଆଡଭାନୀ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଥିଲେ। ଏମ୍ସର ଏକ ଡାକ୍ତରୀ ଦଳ ତାଙ୍କର ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବାରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିବା ଏମ୍ସ ପକ୍ଷରୁ କୁହାଯାଇଛି।

ସୂଚନା ଯୋଗ୍ୟ, ବୁଧବାର ରାତିରେ ଆଡଭାନୀ ଅସୁସ୍ଥ ଅନୁଭବ କରିଥିଲେ। ୯୬ ବର୍ଷୀୟ ଆଡଭାନୀଙ୍କୁ ଗତକାଲି ବିଳମ୍ବିତ ରାତିରେ ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ(ଏମ୍ସ)ରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ଏମ୍ସର ଜେରିଆଟ୍ରିକ୍ ବିଭାଗର ଡାକ୍ତରଙ୍କ ତତ୍ତ୍ୱାବଧାନରେ ରଖାଯାଇଥିଲା। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ ଅବଗତ କରାଯାଇଛି।

Leave A Reply

Your email address will not be published.