ପ୍ରମୁଖ ଖବର

ଆଡ଼ପ ମଣ୍ଡପକୁ ବିଜେ କଲେ ଦାରୁବ୍ରହ୍ମ, ଆସନ୍ତାକାଲିଠାରୁ ମିଳିବ ଆଡ଼ପ ଅବଢ଼ା
ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ
ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ର ସଫଳ ଉତକ୍ଷେପଣ
ଅହମ୍ମଦାବାଦର ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ ଓ ୧୫ରୁ ଅଧିକ ଆହତ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କର : ବିଜେଡି

0

ଭୁବନେଶ୍ବର: ମହାନଦୀ ଜଳ ବିବାଦକୁ ନେଇ ଆଜି ବିଜେଡିର ବରିଷ୍ଠ ନେତା ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ମହାନଦୀ ଜଳ ବିବାଦକୁ ନେଇ ରାଜସ୍ୱ ମନ୍ତ୍ରୀଙ୍କ କଡ଼ା ସମାଲୋଚନା ପରେ ଆଜି ସ୍ପଷ୍ଟୀକରଣ ରଖିବା ସହ କାଉଣ୍ଟର କରିଛି ବିଜେଡି। ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ କରି କହିଛି ଯେ, ଟ୍ରିପଲ ଇଞ୍ଜିନ୍ ସରକାରରେ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କର।

ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ରାଜସ୍ବ ମନ୍ତ୍ରୀଙ୍କ ବିବୃତି ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜେଡିର ବରିଷ୍ଠ ନେତା ତଥା ଉପସଭାପତି ଦେବୀ ପ୍ରସାଦ ମିଶ୍ର। ସେ କହିଛନ୍ତି, ‘ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା। ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି। ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି। ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରି ଚାଲିଛି।

ଡବଲ ଇଞ୍ଜିନ ସରକାରରେ ପ୍ରଗତି ଦୁଇ ଗୁଣ ହେବ ବୋଲି ନିର୍ବାଚନ ସମୟରେ ବିଜେପି ନେତା କହିଥିଲେ। ଏବେ ମହାନଦୀ ପ୍ରସଙ୍ଗରେ ଟ୍ରିପଲ ଇଞ୍ଜିନ ସରକାର ରହିଛି। କେନ୍ଦ୍ରରେ, ଛତିଶଗଡରେ, ଓଡିଶାରେ ସବୁଠି ବିଜେପି ସରକାର। ଏବେ ଆଉ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରାଯାଉ। ରାଜସ୍ୱ ମନ୍ତ୍ରୀଙ୍କୁ ମଧ୍ୟ ନିଜ ନିର୍ବାଚନ ମଣ୍ଡଳୀ ଲୋକଙ୍କୁ ଉତ୍ତର ଦେବାକୁ ପଡିବ। କାରଣ ମହାନଦୀରେ ପାଣି ନଆସିବା ଦ୍ୱାରା ସେମାନେ ବି ପ୍ରଭାବିତ ହେଉଛନ୍ତି। ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ଭାଜପା ସରକାର ଉଦ୍ୟମ କରିବା ଦରକାର। ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ୍ଣ ସଚେତନ ରହିଛି। ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ମଧ୍ୟ ରହିଛି।

Leave A Reply

Your email address will not be published.