ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

୩ଦିନିଆ ଦିଲ୍ଲୀ ଗସ୍ତରେ ଓଡିଶା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

0

ନୂଆଦିଲ୍ଲୀ: ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ, ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦସ୍ୱବ ଉପମୁଖ୍ୟମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି।

ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଂଚରୁ ଏକାଧିକ ଗ୍ୟାରେଂଟି ଦେଇଥିଲେ। ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ। ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ। 

Leave A Reply

Your email address will not be published.