ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

୩ଦିନିଆ ଦିଲ୍ଲୀ ଗସ୍ତରେ ଓଡିଶା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ

0

ନୂଆଦିଲ୍ଲୀ: ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ, ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦସ୍ୱବ ଉପମୁଖ୍ୟମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି।

ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଂଚରୁ ଏକାଧିକ ଗ୍ୟାରେଂଟି ଦେଇଥିଲେ। ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ। ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ। 

Leave A Reply

Your email address will not be published.