ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରଥଯାତ୍ରାରେ ଚାଲିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ

0

ନୂଆଦିଲ୍ଲୀ: ଚଳିତବର୍ଷ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରତିବର୍ଷ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ଆଲୋଚନା ପରେ ସେ ଏନେଇ ଜଣାଇଛନ୍ତି। ତେବେ ଟ୍ରେନ୍‌ଗୁଡ଼ିକ ରାଜ୍ୟର ସମସ୍ତ ଅଞ୍ଚଳକୁ ପହଞ୍ଚିବ। ଏହାଛଡ଼ା ୧୫ ହଜାର ଯାତ୍ରୀ ରହିବା ଭଳି ଟେଣ୍ଟ ଲଗାଯିବ ବୋଲି ରେଳ ମନ୍ତ୍ରୀ କହିଛନ୍ତି।

ପ୍ରକାଶ ଯେ, ମୁଖ୍ୟମନ୍ତ୍ରୀ ମାଝି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂଦେଓ ମଧ୍ୟ ଅଛନ୍ତି। ଏହି ଗସ୍ତରେ କେନ୍ଦ୍ରୀୟ ନେତୃବୃନ୍ଦଙ୍କ ସହ ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫ ବର୍ଷରେ କାର୍ଯ୍ୟକ୍ରମ ହେବା ନେଇ
ଆଲୋଚନା କରୁଛନ୍ତି।

Leave A Reply

Your email address will not be published.