ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଜମି ଦୁର୍ନୀତି ମାମଲାରେ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ

0

ଝାଡ଼ଖଣ୍ଡ:ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କୁ ଆଶ୍ଵସ୍ତି ମିଳିଛି। ଜମି ଦୁର୍ନୀତି ମାମଲାରେ ତାଙ୍କୁ ମିଳିଲା ଜାମିନ। ଏହି ମାମଲାରେ ଆଜି ହାଇକୋର୍ଟ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କୁ ଜାନୁଆରୀରେ ଗିରଫ କରିଥିଲା। ଏହାପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ତେବେ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ପୂର୍ବରୁ ହେମନ୍ତ ସୋରେନଙ୍କୁ ଜାମିନ ମିଳିବା ଦଳ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର।

ବେଆଇନ ଜମି କାରବାର ମାମଲାରେ ସୋରେନଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଗତବର୍ଷ ଅଗଷ୍ଟ ୧୪, ଅଗଷ୍ଟ ୨୪, ସେପ୍ଟେମ୍ବର ୯, ସେପ୍ଟେମ୍ବର ୨୩, ଅକ୍ଟୋବର ୪, ଡିସେମ୍ବର ୧୨, ଡିସେମ୍ବର ୩୦ରେ ହାଜର ହେବା ଲାଗି ସମନ ଜାରି କରିଥିଲା ଇଡି। ୨୦୨୪ ଜାନୁଆରୀ ୧୬ରୁ ୨୦ ମଧ୍ୟରେ ହାଜର ହେବା ଲାଗି ଅଷ୍ଟମ ଥର ଲାଗି ସମନ ଜାରି ହୋଇଥିଲା। ଶେଷ ଥର ଲାଗି ଗତ ଜାନୁଆରୀ ୨୯ରେ ନବମ ଥର ଲାଗି ସୋରେନ ହାଜର ନହେବାରୁ ପରେ ତାଙ୍କୁ ଗତ ଜାନୁଆରୀ ୩୧ରେ ଗିରଫ କରିଥିଲା ଇଡି।

Leave A Reply

Your email address will not be published.