ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ମନୋଜ ଆହୁଜା ହେଲେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ

0

ଭୁବନେଶ୍ବର: ଆଇଏଏସ ଅଫିସର ମନୋଜ ଆହୁଜା ହେଲେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ। ମୁଖ୍ୟ ଶାସନ ସଚିବ ରୂପେ ଆହୁଜାଙ୍କୁ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ମନୋଜ ଆହୁଜା ୧୯୯୦ ବ୍ୟାଚର ବରିଷ୍ଠ ଆଇଏସଏସ ଅଫିସର ଅଟନ୍ତି। ନିକଟରେ ସେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ସଚିବ ଥିଲେ।

ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍‌ ୩୦ରେ ଶେଷ ହେବାକୁ ଯାଉଛି। ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ ଚର୍ଚ୍ଚା ଜୋର ଧରି ଥିଲା। ଏସବୁ ଭିତରେ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ହଠାତ୍‌ କେନ୍ଦ୍ରରୁ ଓଡ଼ିଶାକୁ ଫେରାଇ ଅଣାଯାଇଥିଲା। ମନୋଜ କେନ୍ଦ୍ରରେ କୃଷି ମନ୍ତ୍ରଣାଳୟର ସଚିବ ଥିଲେ। ମନୋଜ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବୋଲି ଆଲୋଚନା ହେଉଥିଲା। ତେବେ ମୁଖ୍ୟ ଶାସନ ସଚିବ କିଏ ହେବେ, ତାହାକୁ ଚର୍ଚ୍ଚା ଲାଗି ରହିଥିବା ବେଳେ ସରକାର ଏଥିରେ ପୂର୍ଣ୍ଣଚ୍ଛେଦ ପାକାଇଛନ୍ତି।

Leave A Reply

Your email address will not be published.