ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଜଳିଗଲା ମୋ ବସ୍

0

କଟକ: କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍‌ରେ ନିଆଁ ଲାଗିଯାଇଛି। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପ୍ରଥମେ ବସ୍‌ର ସମ୍ମୁଖ ଭାବରେ ନିଆଁ ଲାଗିଥିବା ଦେଖି ଚାଳକ ଜଣକ ବସ୍‌କୁ ଅଟକାଇଥିଲେ। ଏହା ପରେ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ସୌଭାଗ୍ୟର କଥା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ବସ୍‌ର ଭିତରେ ଥିବା ସିଟ୍‌ଗୁଡ଼ିକ ସମ୍ପୂର୍ଣ୍ଣ ଜଳିଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।

ସୂଚନାଯୋଗ୍ୟ, ଆଜି ସକାଳେ ମୋ ବସଟି ପୁରୀରୁ ଯାତ୍ରୀଙ୍କୁ ନେଇ କଟକ ଆସୁଥିଲା। କଟକ ସିଡିଏ ସେକ୍ଟର-୯ ନିକଟରେ ବସରୁ ଧୂଆଁ ବାହାରିଥିଲା। ଯାହା ଡ୍ରାଇଭର ଜାଣିପାରି ଯାତ୍ରୀମାନଙ୍କୁ ସଙ୍ଗେ ସଙ୍ଗେ ତଳକୁ ଓହ୍ଲାଇ ଦେଇଥିଲା। ଯାହା ଦ୍ବାରା ବଡ ଅଘଟଣରୁ ଅଲ୍ପକେ ବର୍ତ୍ତିଯାଇଥିଲେ ଯାତ୍ରୀ। ପରେ ବସ୍‌ଟି ରାସ୍ତା ଉପରେ ହୁତୁ ହୁତୁ ହୋଇ ଜଳିବାକୁ ଆରମ୍ଭ କରିଥିଲା। ପରେ ଅଗ୍ନଶମ ବିଭାଗ ଘଣାସ୍ଥଳରେ ପହଞ୍ଚୀି ନିଆଁ ଲିଭାଇବାରେ ସଫଳ ହୋଇଥିଲେ। ତେବେ ଘଟଣା ସ୍ଥଳରେ ପୋଲିସ୍ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି।

Leave A Reply

Your email address will not be published.