ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବଦଳିବ ଲକ୍ଷ୍ମୀ ବସର ନାଁ, ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’

0

ଭୁବନେଶ୍ବର: ହଟିବ ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ ବଦଳରେ ଲେଖା ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’। ଲକ୍ଷ୍ମୀ ବସ୍‌ ଭବିଷ୍ୟତ ନେଇ ଆଜି ସ୍ପଷ୍ଟ କରିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା। ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ଏହାକୁ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ ବୋଲି କହିଛନ୍ତି ମନ୍ତ୍ରୀ। ଯାହା ଅତିଶୀଘ୍ର ଆଗାମୀ ଦିନରେ କାର୍ଯ୍ୟକାରୀ କରାଯିବ। ଏହା ସହିତ ନିରବଚ୍ଛିନ୍ନ ଭାବରେ ଲୋକଙ୍କୁ ବସ୍‌ ସେବା ଯୋଗାଇ ଦିଆଯିବ ବୋଲି ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି।

ଲକ୍ଷ୍ମୀ ବସ୍‌ ନାଁକୁ ନେଇ ବଡ଼ ଅପ୍‌ଡେଟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ୍‌। ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ। ତେବେ ଓଡ଼ିଶାରେ ସରକାର ବଦଳିଛି। ତେଣୁ ଯୋଜନା ବି ବଦଳାଯିବାକୁ ଯୋଜନା କରାଯାଇଛି। ଏହାରି ଭିତରେ ଭାଜପା ସରକାର ଲକ୍ଷ୍ମୀ ବସ ନାଁ ପରିବର୍ତ୍ତନ କରିବେ ନାଁ ସେହି ନାଁ ରହିବ ତାହାକୁ ନେଇ ଚର୍ଚ୍ଚା ଚାଲଥିବା ବେଳେ ଆଜି ଏହାକୁ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ। ଏହା ଅତିଶୀଘ୍ର କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.