ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଜୁଲାଇ ପହିଲାରୁ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଜୁଲାଇ ପହିଲାରୁ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏ ନେଇ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଅଭିଯୋଗ ପ୍ରକୋଷ୍ଠର ନବୀକରଣ କରାଯାଉଛି। ଯାହାର ତଦାରଖ କରୁଛନ୍ତି ଖୋଦ ବରିଷ୍ଠ ଅଧିକାରୀ। ଜୁଲାଇ୧ରୁ ଅଭିଯୋଗ ପ୍ରକୋଷ୍ଟରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିବେ ଶୁଣାଣି। ଯେଁଉଠି ଏକକାଳୀନ ୩୦ଜଣଙ୍କ ବସିବା ପାଇଁ ବ୍ୟବସ୍ଥା କରାଯାଇଛି।

ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ୨୦୨୪ ଜୁଲାଇ ୧ ତାରିଖ ପୂର୍ବାହ୍ନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜୁଲାଇ ପହିଲାରେ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକରଣ କରାଯିବ। ଆଗ୍ରହୀ ବ୍ୟକ୍ତିମାନେ ଏହି ସମୟ ଅବଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହି ପଞ୍ଜୀକରଣ କରିପାରିବେ ଓ ଏହାପରେ ସେମାନଙ୍କ ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଜୁଲାଇ ପହିଲାରୁ ପ୍ରତ୍ୟେକ ସୋମବାର ଅଭିଯୋଗ ଶୁଣାଣି ହେବ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଥିଲେ। ଏହାସହିତ ଜିଲାପାଳମାନେ ମଧ୍ୟ ଜିଲା ସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜୀକୃତ କରିବାକୁ କୁହାଯାଇଛି।

Leave A Reply

Your email address will not be published.