ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଜୁଲାଇ ପହିଲାରୁ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଜୁଲାଇ ପହିଲାରୁ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏ ନେଇ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଅଭିଯୋଗ ପ୍ରକୋଷ୍ଠର ନବୀକରଣ କରାଯାଉଛି। ଯାହାର ତଦାରଖ କରୁଛନ୍ତି ଖୋଦ ବରିଷ୍ଠ ଅଧିକାରୀ। ଜୁଲାଇ୧ରୁ ଅଭିଯୋଗ ପ୍ରକୋଷ୍ଟରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିବେ ଶୁଣାଣି। ଯେଁଉଠି ଏକକାଳୀନ ୩୦ଜଣଙ୍କ ବସିବା ପାଇଁ ବ୍ୟବସ୍ଥା କରାଯାଇଛି।

ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ୨୦୨୪ ଜୁଲାଇ ୧ ତାରିଖ ପୂର୍ବାହ୍ନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜୁଲାଇ ପହିଲାରେ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକରଣ କରାଯିବ। ଆଗ୍ରହୀ ବ୍ୟକ୍ତିମାନେ ଏହି ସମୟ ଅବଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହି ପଞ୍ଜୀକରଣ କରିପାରିବେ ଓ ଏହାପରେ ସେମାନଙ୍କ ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ ଜୁଲାଇ ପହିଲାରୁ ପ୍ରତ୍ୟେକ ସୋମବାର ଅଭିଯୋଗ ଶୁଣାଣି ହେବ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଥିଲେ। ଏହାସହିତ ଜିଲାପାଳମାନେ ମଧ୍ୟ ଜିଲା ସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜୀକୃତ କରିବାକୁ କୁହାଯାଇଛି।

Leave A Reply

Your email address will not be published.