ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ

0

ଭୁବନେଶ୍ବର: ପୁଣି ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ। ଏନେଇ ଆଜି ସଙ୍କେତ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ତେବେ କେବଳ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗରେ ପରିବର୍ତ୍ତନ କରାଯାଇପାରେ। ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସ୍ ର ରଙ୍ଗ ଯେମିତି ଅଛି, ସେମିତି ହିଁ ରହିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ନିକଟରେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସ୍କୁଲ ୟୁନିଫର୍ମର ରଙ୍ଗ ପରିବର୍ତ୍ତନ କରାଯାଇ ଧଳା ସହ ସବୁଜ ରଙ୍ଗ କରାଯାଇଥିଲା। ଏବେ ପୁଣି ଏହି ରଙ୍ଗରେ ପରିବର୍ତ୍ତନ ହେବା ନେଇ ନେଇ ଆଲୋଚନା ଚାଲିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ସୂଚନାଥାଉ କି, ୨୦୨୩ରେ ନୂଆ ଶିକ୍ଷାବର୍ଷ ସହ ନବମ ଓ ଦଶମ ପିଲାଙ୍କ ୟୁନିଫର୍ମ ବଦଳିଥିଲା। ସର୍ବଶିକ୍ଷା ଅଭିଯାନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମାଗଣା ପୋଷାକ ଓ ଜୋତା ମିଳୁଥିବାବେଳେ ମୁଖ୍ୟମନ୍ତ୍ରୀ ପରିଧାନ ଯୋଜନାରେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମାଗଣା ୟୁନିଫର୍ମ ମିଳିଲା। ୫୫୦ ଟଙ୍କାରେ ହଳେ ପୋଷାକ, ଜୋତା ଓ ମୋଜା ଯୋଗାଇ ଦିଆଗଲା। ହେଲେ ପିଲାଙ୍କ ପୋଷାକର ରଙ୍ଗକୁ ନେଇ ଦେଖା ଦେଇଥିଲା ବିବାଦ। ସେତେବେଳେ ସରକାରରେ ଥିବା ରାଜନୈତିକ ଦଳର ରଙ୍ଗ ସହ ପିଲାଙ୍କ ପୋଷାକର ରଙ୍ଗ ସମାନ ବୋଲି ଅଭିଯୋଗ ଉଠାଇଥିଲେ ବିରୋଧୀ।

Leave A Reply

Your email address will not be published.