ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ

0

ଭୁବନେଶ୍ବର: ପୁଣି ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ। ଏନେଇ ଆଜି ସଙ୍କେତ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ତେବେ କେବଳ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗରେ ପରିବର୍ତ୍ତନ କରାଯାଇପାରେ। ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସ୍ ର ରଙ୍ଗ ଯେମିତି ଅଛି, ସେମିତି ହିଁ ରହିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ନିକଟରେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସ୍କୁଲ ୟୁନିଫର୍ମର ରଙ୍ଗ ପରିବର୍ତ୍ତନ କରାଯାଇ ଧଳା ସହ ସବୁଜ ରଙ୍ଗ କରାଯାଇଥିଲା। ଏବେ ପୁଣି ଏହି ରଙ୍ଗରେ ପରିବର୍ତ୍ତନ ହେବା ନେଇ ନେଇ ଆଲୋଚନା ଚାଲିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ସୂଚନାଥାଉ କି, ୨୦୨୩ରେ ନୂଆ ଶିକ୍ଷାବର୍ଷ ସହ ନବମ ଓ ଦଶମ ପିଲାଙ୍କ ୟୁନିଫର୍ମ ବଦଳିଥିଲା। ସର୍ବଶିକ୍ଷା ଅଭିଯାନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମାଗଣା ପୋଷାକ ଓ ଜୋତା ମିଳୁଥିବାବେଳେ ମୁଖ୍ୟମନ୍ତ୍ରୀ ପରିଧାନ ଯୋଜନାରେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମାଗଣା ୟୁନିଫର୍ମ ମିଳିଲା। ୫୫୦ ଟଙ୍କାରେ ହଳେ ପୋଷାକ, ଜୋତା ଓ ମୋଜା ଯୋଗାଇ ଦିଆଗଲା। ହେଲେ ପିଲାଙ୍କ ପୋଷାକର ରଙ୍ଗକୁ ନେଇ ଦେଖା ଦେଇଥିଲା ବିବାଦ। ସେତେବେଳେ ସରକାରରେ ଥିବା ରାଜନୈତିକ ଦଳର ରଙ୍ଗ ସହ ପିଲାଙ୍କ ପୋଷାକର ରଙ୍ଗ ସମାନ ବୋଲି ଅଭିଯୋଗ ଉଠାଇଥିଲେ ବିରୋଧୀ।

Leave A Reply

Your email address will not be published.