ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

୧୪ ଦିନ ନ୍ୟାୟିକ ହେପାଜତକୁ ଗଲେ କେଜ୍ରିୱାଲ

0

ନୂଆଦିଲ୍ଲୀ; କେଜ୍ରିୱାଲଙ୍କୁ ଲାଗିଛି ପୁଣି ଝଟକା ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଲାଗିଛି ପୁଣି ଏକ ଝଟକା କେଜ୍ରିୱାଲଙ୍କୁ ୧୪ ଦିନ ପାଇଁ ସିବିଆଇ ନ୍ୟାୟିକ ହେପାଜତକୁ ପଠାଇଛନ୍ତି ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ନ୍ୟାୟିକ ହେପାଜତକୁ ପଠାଇବାକୁ ସିବିଆଇ କୋର୍ଟରେ ଆବେଦନ କରିଥିଲା। ଏଭଳି ପରିସ୍ଥିତିରେ ସିବିଆଇର ଆବେଦନକୁ ଗ୍ରହଣ କରି କୋର୍ଟ କେଜ୍ରିୱାଲଙ୍କୁ ଜୁଲାଇ ୧୨ ପର୍ଯ୍ୟନ୍ତ ସିବିଆଇର ନ୍ୟାୟିକ ହେପାଜତକୁ ପଠାଇଛନ୍ତି।

ସୂଚନାଥାଉକି, ଦିଲ୍ଲୀର ମଦ ଦୁର୍ନୀତିରେ ଅର୍ଥ ହେରଫେର ମାମଲାରେ କେଜ୍‌ରିୱାଲଙ୍କୁ ମାର୍ଚ୍ଚ ୨୧ରେ ଗିରଫ କରାଯାଇଥିଲା। ନିକଟରେ ଲୋକସଭା ନିର୍ବାଚନରେ ପ୍ରଚାର କରିବା ପାଇଁ ତାଙ୍କୁ ସୁପ୍ରିମକୋର୍ଟରୁ ଜୁନ ୨ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିଥିଲା। ଏହା ପରେ ସେ ଜୁନ ୨ରେ ଆତ୍ମସମର୍ପଣ କରିଥିଲେ। ତା’ପରେ ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପାଇଁ ନିମ୍ନ ଅଦାଲତକୁ ଯିବାକୁ ପରାମର୍ଶ ଦେଇଥିଲେ।
ଇଡି ପରେ କିଛି ଦିନ ତଳେ କେଜ୍ରିୱାଲଙ୍କୁ ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ସିବିଆଇ ମଧ୍ୟ ଗିରଫ କରିଥିଲା। ଗିରଫ ପରେ ପ୍ରଥମେ ତାଙ୍କୁ ତିନି ଦିନ ପାଇଁ ସିବିଆଇ ହେପାଜତକୁ ପଠାଇଥିଲେ କୋର୍ଟ । ଆଜି ତାଙ୍କ ହେପାଜତ ଅବଧି ଶେଷ ହେବା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା ।

Leave A Reply

Your email address will not be published.