ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

୧୪ ଦିନ ନ୍ୟାୟିକ ହେପାଜତକୁ ଗଲେ କେଜ୍ରିୱାଲ

0

ନୂଆଦିଲ୍ଲୀ; କେଜ୍ରିୱାଲଙ୍କୁ ଲାଗିଛି ପୁଣି ଝଟକା ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଲାଗିଛି ପୁଣି ଏକ ଝଟକା କେଜ୍ରିୱାଲଙ୍କୁ ୧୪ ଦିନ ପାଇଁ ସିବିଆଇ ନ୍ୟାୟିକ ହେପାଜତକୁ ପଠାଇଛନ୍ତି ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ନ୍ୟାୟିକ ହେପାଜତକୁ ପଠାଇବାକୁ ସିବିଆଇ କୋର୍ଟରେ ଆବେଦନ କରିଥିଲା। ଏଭଳି ପରିସ୍ଥିତିରେ ସିବିଆଇର ଆବେଦନକୁ ଗ୍ରହଣ କରି କୋର୍ଟ କେଜ୍ରିୱାଲଙ୍କୁ ଜୁଲାଇ ୧୨ ପର୍ଯ୍ୟନ୍ତ ସିବିଆଇର ନ୍ୟାୟିକ ହେପାଜତକୁ ପଠାଇଛନ୍ତି।

ସୂଚନାଥାଉକି, ଦିଲ୍ଲୀର ମଦ ଦୁର୍ନୀତିରେ ଅର୍ଥ ହେରଫେର ମାମଲାରେ କେଜ୍‌ରିୱାଲଙ୍କୁ ମାର୍ଚ୍ଚ ୨୧ରେ ଗିରଫ କରାଯାଇଥିଲା। ନିକଟରେ ଲୋକସଭା ନିର୍ବାଚନରେ ପ୍ରଚାର କରିବା ପାଇଁ ତାଙ୍କୁ ସୁପ୍ରିମକୋର୍ଟରୁ ଜୁନ ୨ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିଥିଲା। ଏହା ପରେ ସେ ଜୁନ ୨ରେ ଆତ୍ମସମର୍ପଣ କରିଥିଲେ। ତା’ପରେ ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପାଇଁ ନିମ୍ନ ଅଦାଲତକୁ ଯିବାକୁ ପରାମର୍ଶ ଦେଇଥିଲେ।
ଇଡି ପରେ କିଛି ଦିନ ତଳେ କେଜ୍ରିୱାଲଙ୍କୁ ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ସିବିଆଇ ମଧ୍ୟ ଗିରଫ କରିଥିଲା। ଗିରଫ ପରେ ପ୍ରଥମେ ତାଙ୍କୁ ତିନି ଦିନ ପାଇଁ ସିବିଆଇ ହେପାଜତକୁ ପଠାଇଥିଲେ କୋର୍ଟ । ଆଜି ତାଙ୍କ ହେପାଜତ ଅବଧି ଶେଷ ହେବା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା ।

Leave A Reply

Your email address will not be published.