ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ

0

ନୂଆଦିଲ୍ଲୀ: ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ ଦେଶର ପରବର୍ତ୍ତୀ ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ। ଆଜି ଜେନେରାଲ ମନୋଜ ପାଣ୍ଡେଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ। ଦେଶର ୩୦ତମ ସ୍ଥଳସେନାଧ୍ୟକ୍ଷ ହେବେ ଲେପ୍ଟେନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ। ଦେଶରେ ବର୍ତ୍ତମାନ ସ୍ଥଳସେନାର ଆଧୁନିକୀକରଣ ଏବଂ ବ୍ୟବସ୍ଥା ପରିବର୍ତ୍ତନ ଜାରି ରହିଥିବାବେଳେ ଏହି ସମୟରେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ ଦାୟିତ୍ଵ ଗ୍ରହଣ କରିବେ। ନର୍ଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ଦୀର୍ଘ ବର୍ଷ ଧରି ଦେଶର ସେବା କରି ଆସିଛନ୍ତି ଲେପ୍ଟନାଣ୍ଟ ଉପେନ୍ଦ୍ର ଦ୍ଵିୱେଦୀ।

ଆଜି ଅପରାହ୍ନରେ ସେ ବିଧିବଦ୍ଧ ଭାବେ ଦେଶର ପରବର୍ତ୍ତୀ ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ଗ୍ରହଣ କରିବେ। ୧୯୬୪ ଜୁଲାଇ ପହିଲାରେ ଲେପ୍ଟନାଣ୍ଟ ଉପେନ୍ଦ୍ର ଦ୍ଵିୱେଦୀଙ୍କ ଜନ୍ମ। ୧୯୮୪ରେ ସେନାର ଜମ୍ମୁ କାଶ୍ମୀର ରାଇଫଲ୍ସରେ ଯୋଗ ଦେଇଥିଲେ। ସେନାରେ ଦୀର୍ଘ ୪୦ ବର୍ଷ ଧରି ଦେଶର ସେ ସେବା କରି ଆସୁଛନ୍ତି। ମଧ୍ୟପ୍ରଦେଶ ରେୱା ସୈନିକ ସ୍କୁଲ ଛାତ୍ର ହେଉଛନ୍ତି ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦିୱେଦୀ।

Leave A Reply

Your email address will not be published.