ପ୍ରମୁଖ ଖବର

ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ୯ଟି ଟାସ୍କ: ଦୁର୍ନୀତି ହଟାଅ, ସଚ୍ଚୋଟ ହୁଅ
ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ନିକୁଞ୍ଜ ବିହାରୀ ଧଳ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

୧୯୯୩ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ନିକୁଞ୍ଜ ଧଳ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସହିତ ସ୍ୱତନ୍ତ୍ର ରିଲିଫ କମିସନର ମଧ୍ୟ ଥିଲେ। ଏଥିସହିତ ସେ ଅବକାରୀ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗ୍ରୀଡ୍‌କୋ ଚେୟାରମ୍ୟାନ, ଓଏସ୍‌ବିସି ଚେୟାରମ୍ୟାନ ପଦବୀରେ ରହି କାର୍ଯ୍ୟ କରିଛନ୍ତି। ତେବେ ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ସମୟରେ ସେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିଲେ।

Leave A Reply

Your email address will not be published.